ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ସଂକ୍ରମଣ ଗୋଟିଏ ଦିନ ହ୍ରାସ ପାଇବା ପରେ ପୁଣି ପରଦିନ ବୃଦ୍ଧି ପାଉଥିବାର ଦେଖିବାକୁ ମିଳୁଛି । ଯେତେ ଲକଡାଉନ୍ ଲାଗୁହେଲେ ମଧ୍ୟ କରୋନା ଉପରେ ସାମାନ୍ୟ ପ୍ରଭାବ ପକାଇ ପାରୁନାହିଁ । ଏହା ମଧ୍ୟରେ ଆଜି ପୁଣି ୮୭୩୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୮୯୨ ଓ ସ୍ଥାନୀୟ ଅଞ୍ଚଳରୁ ୩୮୪୩ ଜଣ ଚିହ୍ନଟ ହୋଇଛନ୍ତି ।
6. Boudh: 137
7. Cuttack: 673
8. Deogarh: 63
9. Dhenkanal: 503
10. Gajapati: 80
11. Ganjam: 156
12. Jagatsinghpur: 382
13. Jajpur: 507
14. Jharsuguda: 157
15. Kalahandi: 177
16. Kandhamal: 65
17. Kendrapada: 387
18. Keonjhar: 179
19. Khurda: 1222
20. Koraput: 255— I & PR Department, Odisha (@IPR_Odisha) June 1, 2021
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୭୩ ହଜାର ୭୩୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୮୦ ହଜାର ୯୩୨ ରହିଥିବା ବେଳେ ୮୯ ହଜାର ୯୫୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 10405
Cumulative tested: 11835365
Positive: 773732
Recovered: 680932
Active cases: 89956— I & PR Department, Odisha (@IPR_Odisha) June 1, 2021