fbpx

ଭୁବନେଶ୍ୱରରେ ବି କମିଲା କରୋନା ସଂକ୍ରମଣ, ଆଜି ମାତ୍ର ୮୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୭ ।୧୦(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ମାତ୍ର ୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୭ ଓ ସ୍ଥାନୀୟ ଅଞ୍ଚଳରୁ ୭୧ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୨୩୦ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୮ ହଜାର ୭୮୨ କୁ ବୃଦ୍ଧି ପାଇଛି ।

ମୋଟ ୨୮ ହଜାର ୭୮୨ ପଜିଟିଭ ମଧ୍ୟରୁ ୧୫୮ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୬ ହଜାର ୬୦୭ ଜଣ ସୁସ୍ଥ ଓ ୧୯୯୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.