୨୪ଘଣ୍ଟାରେ ୬୨,୫୩୮ ଆକ୍ରାନ୍ତ ଚିହ୍ନଟ ଓ ୮୮୬ ଜଣ ମୃତ

0 175

ନୂଆଦିଲ୍ଲୀ, ୭ା୮: ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଗତ ୨୪ଘଣ୍ଟାରେ ୬୨,୫୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୮୬ ଜଣଙ୍କ ମୃତ୍ୟୁ ହୋଇଛି । ଏହାସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୭,୦୭୪ କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୪୧,୫୮୫ ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩,୭୮,୧୦୫ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୬,୦୭,୩୮୪ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି ।

Leave A Reply

Your email address will not be published.