ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୯ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୧୨ ଓ ସ୍ଥାନୀୟ ଅଞ୍ଚଳରୁ ୩୭୪ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୬୯ ହଜାର ୯୧୬ ରହିଥିବା ବେଳେ ୧୧ ହଜାର ୪୮୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 8th August
New Positive Cases: 886
In quarantine: 512
Local contacts: 374(Details of local contacts will be shared by concerned Dist Administration)
District Wise Cases:
1. Angul: 32
2. Balasore: 62
3. Bargarh: 8
4. Bhadrak: 31
5. Boudh: 2— I & PR Department, Odisha (@IPR_Odisha) August 9, 2021
22. Nawarangpur: 4
23. Nayagarh: 25
24. Puri: 53
25. Rayagada: 5
26. Sambalpur: 15
27. Sonepur: 2
28. Sundargarh: 12
29. State Pool: 51New recoveries: 1463
Cumulative tested: 16626905
Positive: 987956
Recovered: 969916
Active cases: 11486— I & PR Department, Odisha (@IPR_Odisha) August 9, 2021