ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇ ସାରିଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ସଂକ୍ରମଣ କମିବାରେ ଲାଗିଛି । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
Covid-19 Report For 16th Feb
New Positive Cases: 886
Of which 0-18 years: 169
In quarantine: 516
Local contacts: 370(Details of local contacts will be shared by concerned District)
1. Angul: 14
2. Balasore: 36
3. Bargarh: 10
4. Bhadrak: 11
5. Balangir: 13
6. Boudh: 5— I & PR Department, Odisha (@IPR_Odisha) February 17, 2022
ଆଜି ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୧୬ ଓ ସ୍ଥାନୀୟ ଅଞ୍ଚଳରୁ ୩୭୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୬୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୭୮୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୬୩ ହଜାର ୧୦୬ ରହିଥିବା ବେଳେ ୮ ହଜାର ୬୬୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୭୯, ଖୋର୍ଦ୍ଧାରୁ ୮୬, ସୁନ୍ଦରଗଡ଼ରୁ ୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
23. Nawarangpur: 13
24. Nayagarh: 20
25. Nuapada: 19
26. Puri: 8
27. Rayagada: 22
28. Sambalpur: 179
29. Sonepur: 25
30. Sundargarh: 79
31. State Pool: 19New recoveries: 1639
Cumulative tested: 28656761
Positive: 1280784
Recovered: 1263106
Active cases: 8664— I & PR Department, Odisha (@IPR_Odisha) February 17, 2022