fbpx

ଆଜି ଦେଶରେ ୪୧ ହଜାର କରୋନା ପଜିଟିଭ୍, ୮୯୫ ମୃତ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସବୃଦ୍ଧି ଘଟିଥିବା ବେଳେ ଆଜି ସାମାନ୍ୟ ହ୍ରାସ ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଥିଲା । ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୮୯୫ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮ ହଜାର ୪୦କୁ ବୃଦ୍ଧି ପାଇଛି । ଦିନକରେ ୪୧ ହଜାର ୫୦୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୩୭ ହଜାର ୨୨୨କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୪ ହଜାର ୧୧୮ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୯ ଲକ୍ଷ ୭୫ ହଜାର ୬୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୩୭ କୋଟି ୬୦ ଲକ୍ଷ ୩୨ ହଜାର ୫୮୬ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.