fbpx

ପ୍ରବଳ ବର୍ଷା ନେଇ ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

Advertisement

ଭୁବନେଶ୍ୱର, ୮ା୬(ଓଡ଼ିଶା ଭାସ୍କର): ସବୁ ଜିଲ୍ଲାପାଳଙ୍କୁ ସ୍ୱତିନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ଚିଠି ଲେଖିଛନ୍ତି । ଲଘୁଚାପ ବର୍ଷା ନେଇ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି । ଜୁନ ୧୧ରେ ୮ଜିଲ୍ଲାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ଏନେଇ ୮ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ୮ଜିଲ୍ଲା ଗୁଡ଼ିକ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ।

ଅନ୍ୟପଟେ ଆସନ୍ତା ୧୨ ସୁଦ୍ଧା ମୌସୁମୀ ଓଡ଼ିଶା ଛୁଇଁବା ସମ୍ଭାବନା ରହିଛି । ଏହାସହ୪୮ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ-କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ । ୨୪ଘଣ୍ଟା ପରେ ଘନିଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଏହା ଗତି କରିବା ନେଇ ପୂର୍ବାନୁମାନ କରାଯାଇଛି । ତେଣୁ ୧୦ରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ଆଶଙ୍କା ରହିଛି । ୧୦ ଓ ୧୨ରେ ରାଜ୍ୟର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.