fbpx

ରାଜ୍ୟରେ ଆଉ ୮କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୫ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୮କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୧୬୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଯାଜପୁରର ୪ , ଭଦ୍ରକରୁ ୨ , ବାଲେଶ୍ୱର ଓ କେନ୍ଦ୍ୁଝରର ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୨ ଥିବା ବେଳେ ସେମାନଙ୍କ ମଧ୍ୟରୁ ୧୬୬ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ରାଜ୍ୟରେ ବର୍ତ୍ତମାନ କରୋନାରେ ୫୦୩ ଆକ୍ଟିଭ କେସ୍ ରହିଛି ।

Get real time updates directly on you device, subscribe now.