fbpx

ରାଜ୍ୟରେ ବଢ଼ୁଛି ମୃତ୍ୟୁ ସଂଖ୍ୟା, ଆଜି ୯ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର, ୨୨ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୨୮୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରୁ କଟକ ଜିଲ୍ଳାର ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.