fbpx

ରାଜ୍ୟରେ ଆଉ ୯୧ କରୋନା ଆକ୍ରାନ୍ତ ସୁସ୍ଥ

Advertisement

ଭୁବନେଶ୍ୱର, ୩ା୬(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତ ସୁସ୍ଥ ସଂଖ୍ୟା ୧୪୧୬କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା ୯୧ ଆକ୍ରାନ୍ତଙ୍କ ମଧ୍ୟରେ ଦେବଗଡ଼ରୁ ୨୨, ପୁରୀରୁ ୧୬, ନୟାଗଡ଼ରୁ ୧୫, ବଲାଙ୍ଗୀରରୁ ୯, ଅନୁଗୁଳରୁ ୫, ବାଲେଶ୍ୱରରୁ ୫, ଭଦ୍ରକରୁ ୩, ସୁନ୍ଦରଗଡ଼ରୁ ୩, କଟକ, ଗଞ୍ଜାମ, ଖୋର୍ଦ୍ଧା, କଳାହାଣ୍ଡି ଓ ବରଗଡ଼ରୁ ୨ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.