fbpx

ଦେଶରେ ୨୪ ଘଣ୍ଟାରେ ୯୧ ମୃତ, ୧୨ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୨୪୮କୁ ବୃଦ୍ଧି ପାଇଛି । ଦିନକରେ ୧୨ ହଜାର ୨୮୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୧ ଲକ୍ଷ ୨୪ ହଜାର ୫୨୭ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୮ ହଜାର ୩୫୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୭ ଲକ୍ଷ ୯୮ ହଜାର ୯୨୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.