fbpx

ଦେଶରେ ପୁଣି ବଢ଼ିଲା କରୋନା ସଂକ୍ରମଣ, ଆଜି ୯୧୧ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ କିଛିଦିନ ଧରି କରୋନା ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ହ୍ରାସ ପାଇଥିବା ବେଳେ ଆଜି ସାମାନ୍ୟ ବୃଦ୍ଧି ପାଇଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଥିଲା । ପୁଣି କରୋନା କଡ଼ ଲେଉଟାଇବାକୁ ନେଇ ଚିନ୍ତା ବଢ଼ିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୧୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୫ ହଜାର ୯୩୯କୁ ବୃଦ୍ଧି ପାଇଛି । ଦିନକରେ ୩୪ ହଜାର ୩୯୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୫୮ ହଜାର ୭୨୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୯୮ ଲକ୍ଷ ୮୮ ହଜାର ୨୮୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ୩୬ କୋଟି ୮୯ ଲକ୍ଷ ୯୧ ହଜାର ୨୨୨ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.