ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୯୨୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୭୮୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୮୫୫ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୬୪ ହଜାର ୫୭୪ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୫୧ ହଜାର ୯୧୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୨,୩୪୧ ଜଣ ଚିକିତ୍ସିତ ହେଉଥିବା ବେଳେ ୩୦୧ ଜଣଙ୍କର ମୃତ୍ୟୁ ହୋଇଛି ।
Update on newly detected #COVID19 cases in the last
24 hrs under the BMC area on 19th May (till 9am). pic.twitter.com/IETyAs2lSV— BMC (@bmcbbsr) May 19, 2021