ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ଧୀରେଧୀରେ କମିବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇ ସାରିଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ସଂକ୍ରମଣ କମିବାରେ ଲାଗିଛି । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୯୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୪୨ ଓ ସ୍ଥାନୀୟ ଅଞ୍ଚଳରୁ ୩୮୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୦୩ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୯ ହଜାର ୪୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୭୯୬ ରହିଥିବା ବେଳେ ୧୦ ହଜାର ୨୭୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 14th Feb
New Positive Cases: 925
Of which 0-18 years: 203
In quarantine: 542
Local contacts: 383(Details of local contacts will be shared by concerned District)
1. Angul: 44
2. Balasore: 22
3. Bargarh: 13
4. Bhadrak: 16
5. Balangir: 2
6. Boudh: 23— I & PR Department, Odisha (@IPR_Odisha) February 15, 2022
23. Nawarangpur: 6
24. Nayagarh: 21
25. Nuapada: 8
26. Puri: 13
27. Rayagada: 18
28. Sambalpur: 29
29. Sonepur: 18
30. Sundargarh: 88
31. State Pool: 24New recoveries: 1956
Cumulative tested: 28533646
Positive: 1279046
Recovered: 1259796
Active cases: 10271— I & PR Department, Odisha (@IPR_Odisha) February 15, 2022