ନୂଆଦିଲ୍ଲୀ, ୧୦ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୫ ହଜାର ୨୫୨କୁ ବୃଦ୍ଧି ପାଇଛି । ଦିନକରେ ୧୧ ହଜାର ୬୭ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୮ ଲକ୍ଷ ୫୮ ହଜାର ୩୭୧ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୧ ହଜାର ୫୧୧ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୫ ଲକ୍ଷ ୬୧ ହଜାର ୬୦୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।