fbpx

ଦୈନିକ ମୃତ୍ୟୁସଂଖ୍ୟା ୧୦୦ ତଳକୁ ଖସିଲା: ୨୪ ଘଣ୍ଟାରେ ୯୪ ମୃତ

ନୂଆଦିଲ୍ଲୀ, ୨ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୪ ହଜାର ୪୮୬କୁ ବୃଦ୍ଧି ପାଇଛି । ଦିନକରେ ୮ ହଜାର ୬୩୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୭ ଲକ୍ଷ ୬୬ ହଜାର ୨୪୫ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୬୩ହଜାର ୩୫୩ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୪ ଲକ୍ଷ ୪୮ ହଜାର ୪୦୬ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.