ଦେଶରେ ୨୪ ଘଣ୍ଟାରେ ୯୭ ମୃତ, ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୯ା୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୬ ହଜାର ୧୧୧କୁ ବୃଦ୍ଧି ପାଇଛି । ଦିନକରେ ୧୩ ହଜାର ୧୯୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୯ ଲକ୍ଷ ୬୩ ହଜାର ୩୯୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୩୯ ହଜାର ୫୪୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୬ ଲକ୍ଷ ୬୭ ହଜାର ୭୪୧ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।