ନୂଆଦିଲ୍ଲୀ, ୮ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୯୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୭ ହଜାର ୮୫୩କୁ ବୃଦ୍ଧି ପାଇଛି । ଦିନକରେ ୧୮ ହଜାର ୫୯୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୨ ଲକ୍ଷ ୨୯ ହଜାର ୩୯୮ କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୮ ହଜାର ୭୪୭ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୮ ଲକ୍ଷ ୮୨ ହଜାର ୭୯୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।