fbpx

ରାଜ୍ୟରେ ଆଉ ୯୭ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୩।୩(ଓଡିଶା ଭାସ୍କର): ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ପୁଣି ୯୭ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୮ ଓ ସ୍ଥାନୀୟ ଅଞ୍ଚଳରୁ ୩୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୭ ହଜାର ୪୪୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୪ ହଜାର ୭୦୩ ରହିଥିବା ବେଳେ ୭୭୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ୧୮ ଜିଲ୍ଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୪, ସମ୍ବଲପୁରରୁ ୧୩ ଓ ସୁନ୍ଦରଗଡରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.