fbpx

ଖୁସି ଖବର : ଓଡ଼ିଶାରେ ଆଜି ୯୭୦୬ ସଂକ୍ରମିତ ହେଲେ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୧୦।୫ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୯୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪ ଲକ୍ଷ ୫୭ ହଜାର ୫୬୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୭୮୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୧୧୦୦, କଟକରୁ ୮୨୩, ବରଗଡରୁ ୫୦୬, ସମ୍ବଲପୁରରୁ ୪୨୫, ଝାରସୁଗୁଡାରୁ ୪୦୭, ଅନୁଗୁଳରୁ ୩୯୩, ନୂଆପଡାରୁ ୩୮୫, କଳାହାଣ୍ଡିରୁ ୩୭୩, ପୁରୀରୁ ୩୦୪, ଯାଜପୁରରୁ ୨୩୧, ନୟାଗଡରୁ ୨୨୬, ଭଦ୍ରକରୁ ୨୦୬, ମୟୂରଭଞ୍ଜରୁ ୧୯୯, ବଲାଙ୍ଗିରରୁ ୧୯୫, କେନ୍ଦୁଝରରୁ ୧୬୧, ରାୟଗଡାରୁ ୧୫୦, ଜଗତସିଂହପୁରରୁ ୧୪୫, କେନ୍ଦ୍ରାପଡାରୁ ୧୩୨, ବାଲେଶ୍ୱରରୁ ୧୨୫, ସୋନପୁରରୁ ୧୨୩, ଗଜପତିରୁ ୧୧୮, କୋରାପୁଟରୁ ୮୯ ଜଣ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.