fbpx

ଭୁବନେଶ୍ୱରରୁ ଆଜି ୯୭୪ ନୂଆ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠି କେତେ ?

ଭୁବନେଶ୍ୱର (ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ଭୁବନେଶ୍ୱରରୁ ଆଜି ୯୭୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୭୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୦୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୪୭ ଜଣ ସୁବସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୭୬ ହଜାର ୭୫୮ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୬୫ ହଜାର ୨୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୧,୧୭୪ ଜଣ ଚିକିତ୍ସିତ ହେଉଥିବା ବେଳେ ୩୪୧ ଜଣଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.