fbpx

ରାଜ୍ୟରେ ଆଉ ୯୮ ପଜିଟିଭ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର, ୨୧ା୩ (ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଏହା ମଧ୍ୟରେ ଆଜି ପୁଣି ୯୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୮ ଓ ସ୍ଥାନୀୟ ଅଞ୍ଚଳରୁ ୪୦ ଜଣ ଚିହ୍ନଟ ହୋଇଛନ୍ତି ।

ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୮ ହଜାର ୮୧୭ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୬ ହଜାର ୬୬ ରହିଥିବା ବେଳେ ୭୭୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.