ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ଏହାରି ମଧ୍ୟରେ ଆଜି ପୁଣି ୯୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୪୧୨ ଜଣ ଚିହ୍ନଟ ହେବା ସହ ୧୨୮ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୮୨ ହଜାର ୩୧୯ ରହିଥିବା ବେଳେ ୯ ହଜାର ୫୭୮ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 19th August
New Positive Cases: 986
Of which 0-18 years: 128
In quarantine: 574
Local contacts: 412(Details of local contacts will be shared by concerned Dist Administration)
District Wise Cases:
1. Angul: 24
2. Balasore: 25
3. Bargarh: 1— I & PR Department, Odisha (@IPR_Odisha) August 20, 2021
20. Mayurbhanj: 32
21. Nawarangpur: 6
22. Nayagarh: 20
23. Puri: 32
24. Rayagada: 4
25. Sambalpur: 15
26. Sonepur: 1
27. Sundargarh: 13
28. State Pool: 85New recoveries: 1003
Cumulative tested: 17344608
Positive: 999173
Recovered: 982319
Active cases: 9578— I & PR Department, Odisha (@IPR_Odisha) August 20, 2021