fbpx

ଓଡିଶାରେ ବଢୁଛି ସଂକ୍ରମଣ: ଆଜି ୯,୮୮୯ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୫ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢିଚାଲିଛି । ଏହାରି ମଧ୍ୟରେ ଆଜି ପୁଣି ରାଜ୍ୟରେ ୯ ହଜାର ୮୮୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୩୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୮୭ ହଜାର ୯୬୮କୁ ବୃଦ୍ଧି ପାଇଛି ।

ସେହିପରି ସୁନ୍ଦରଗଡରୁ ୧୧୩୭, କଟକରୁ ୭୯୦, ବରଗଡରୁ ୪୮୩, ସମ୍ବଲପୁରରୁ ୪୭୦, ଅନୁଗୁଳରୁ ୪୪୩, କଳାହାଣ୍ଡିରୁ ୪୧୪, ପୁରୀରୁ ୪୩୬, ଝାରସୁଗୁଡାରୁ ୩୮୬, ନୂଆପଡାରୁ ୩୩୫, ବଲାଙ୍ଗିରରୁ ୩୨୬, ଯାଜପୁରରୁ ୨୮୨, ଷ୍ଟେଟପୁଲରୁ ୨୪୯, ମୟୂରଭଞ୍ଜରୁ ୨୪୩, ନୟାଗଡରୁ ୨୨୩, କେନ୍ଦୁଝରରୁ ୧୯୫, ସୁବର୍ଣ୍ଣପୁରରୁ ୧୫୮, ଜଗତସିଂହପୁରରୁ ୧୫୬, ବାଲେଶ୍ୱରରୁ ୧୫୧, କେନ୍ଦ୍ରାପଡାରୁ ୧୩୩, ବୌଦ୍ଧ ଓ ରାୟଗଡାରୁ ୧୨୯ ଲେଖାଏଁ, ଗଜପତିରୁ ୧୧୭, କୋରାପୁଟରୁ ୯୪, ମାଲକାନଗିରିରୁ ୮୬, ଦେବଗଡରୁ ୭୫, କନ୍ଧମାଳ ଓ ଭଦ୍ରକରୁ ୫୨ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.