fbpx

ଦିନକରେ ୯୯୬ ପ୍ରାଣ ନେଲା କରୋନା

ନୂଆଦିଲ୍ଲୀ,୧୫ ।୮:ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୯ ହଜାର ୦୩୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୯୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୫,୦୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଲକ୍ଷ ୨୬ ହଜାର ୧୯୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଦେଶରେ ୬ ଲକ୍ଷ ୬୮ ହଜାର ୨୨୦ ଜଣ ଚିକିତ୍ସିତ ହେଉଥିବା ବେଳେ ୧୮ ଲକ୍ଷ ୦୮ ହଜାର ୯୩୬ ଜଣ ସୁସ୍ଥ ହୋଇସାରିଛନ୍ତି । ଦେଶରେ କୋରୋନା ଆରୋଗ୍ୟ ହାର ୭୦.୬୧% ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.