ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୧୮୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୦୮ ଓ ସ୍ଥାନୀୟ ଅଞ୍ଚଳରୁ ୭୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୦ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୩ ହଜାର ୩୪୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୩ ହଜାର ୪୫ ରହିଥିବା ବେଳେ ୧ ହଜାର ୮୦୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 21st December
New Positive Cases: 183
Of which 0-18 years: 30
In quarantine: 108
Local contacts: 75(Details of local contacts will be shared by concerned District)
1. Angul: 3
2. Balasore: 2
3. Bargarh: 1
4. Cuttack: 13
5. Deogarh: 8
6. Ganjam: 1— I & PR Department, Odisha (@IPR_Odisha) December 22, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୪୭କୁ ବୃଦ୍ଧି ପାଇଛି । କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 170
Cumulative tested: 24992088
Positive: 1053349
Recovered: 1043045
Active cases: 1804— I & PR Department, Odisha (@IPR_Odisha) December 22, 2021