fbpx

ବଡ଼ ଖବର: ପ୍ରତ୍ୟାହାର ହେବ ପଞ୍ଚାୟତ ସଂରକ୍ଷଣ ବିଜ୍ଞପ୍ତି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର କରିବେ ରାଜ୍ୟ ସରକାର । ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ନେଇ ହାଇକୋର୍ଟଙ୍କୁ ଜଣାଇଛନ୍ତି ସରକାର । ବିଜ୍ଞପ୍ତି ପ୍ରତ୍ୟାହାର ସହ ସାନି ତାଲିକା ନେଇ ରାଜ୍ୟ ସରକାର କୋର୍ଟଙ୍କୁ ଅବଗତ କରିଛନ୍ତି ।

ତେବେ ସଂରକ୍ଷଣ ନେଇ ଆସନ୍ତା ୨୭ ତାରିଖରେ ସାନି ତାଲିକା ପ୍ରକାଶ କରାଯିବ । ଜାନୁଆରୀ ୩ ସୁଦ୍ଧା ସଂରକ୍ଷଣ ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ । ଜାନୁଆରୀ ୫ ସୁଦ୍ଧା ଅଭିଯୋଗର ସମାଧାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଜାନୁଆରୀ ୭ରେ ସଂରକ୍ଷଣ ନେଇ ଚୂଡ଼ାନ୍ତ ତାଲିକା ଦେବେ ସରକାର । ୭ରେ ରାଜ୍ୟ ନିର୍ବାଚନ କମିଶନଙ୍କୁ ଚୂଡ଼ାନ୍ତ ତାଲିକା ଦେବେ ରାଜ୍ୟ ସରକାର । ମାର୍ଚ୍ଚ ୮ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ସାରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.