fbpx

ଖୁସି ଖବର: ସୁସ୍ଥ ହେଲେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତ । କଟକର ଏକ ଘରୋଇ ହସ୍ପିଟାଲରୁ ଡିସଚାର୍ଜ ହେଲେ ଆକ୍ରାନ୍ତ । ତେବେ ୭ ଦିନର ଆଇସୋଲେସନରେ ରହିବାକୁ ପରାମର୍ଶ ଦେଇଛନ୍ତି ଡାକ୍ତର ।

ସୂଚନାଯୋଗ୍ୟ, ବର୍ତ୍ତମାନ ସାରା ବିଶ୍ୱ ପାଇଁ କରୋନାର ନୂତନ ଭାରିଆଣ୍ଟ ଓମିକ୍ରନ ଚିନ୍ତାର କାରଣ ପାଲଟିଛି । ଭାରତରେ ମଧ୍ୟ ଏହା ଦ୍ରୃତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଏପର୍ଯ୍ୟନ୍ତ ସାଢ଼େ ୪ ଶହରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତିି । ମହାରାଷ୍ଟ୍ର, ଦିଲ୍ଲୀ, ଗୁଜରାଟ ଭଳି ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଅଧିକ ରହିଛି । ସେପଟେ ରାଜ୍ୟରେ ଏପର୍ଯ୍ୟନ୍ତ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂକ୍ରମଣକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର ।

Get real time updates directly on you device, subscribe now.