fbpx

ଦେଶରେ ଦିନକରେ ୧୨୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ୩୭ ହଜାର ପଜିଟିଭ୍, ୧୮୯୨ ଓମିକ୍ରନ ଚିହ୍ନଟ

ନୂଆଦିଲ୍ଲୀ: ସମଗ୍ର ଦେଶରେ ଏବେ କରୋନାର ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆଶଙ୍କା ଜାରି ରହିଛି । ଏହାର ପ୍ରଭାବରେ ଆସନ୍ତା ଫେବୃଆରୀ ମାସରେ ତୃତୀୟ ଲହର ଆସିବା ନେଇ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି । ତେବେ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗତ ୩ ତାରିଖଠାରୁ ସମଗ୍ର ଦେଶରେ ୧୫ରୁ ୧୮ ବର୍ଷୀୟ ପିଲାଙ୍କର ଟିକାକରଣ ଆରମ୍ଭ କରାଯାଇଛି । ପ୍ରଥମ ଦିନରେ ପ୍ରାୟ ୧୬ ଲକ୍ଷରୁ ଅଧିକ ପିଲା ନେଇଥିବା ଜଣାପଡ଼ିଛି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହା ଫଳରେ ଦେଶରେ ମୋଟ ମୃତୁସଂଖ୍ୟା ୪ ଲକ୍ଷ ୮୨ ହଜାର ୧୭କୁ ବୃଦ୍ଧି ପାଇଛି । ୩୭ ହଜାର ୩୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩ କୋଟି ୪୯ ଲକ୍ଷ ୬୦ ହଜାର ୨୬୧ରେ ପହଞ୍ଚିଛି । ୨୪ ଘଣ୍ଟାରେ ୧୧ ହଜାର ୭ ଜଣ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥ ସଂଖ୍ୟା ୩ କୋଟି ୪୩ ଲକ୍ଷ ୬ ହଜାର ୪୧୪ରେ ପହଞ୍ଚିଛି । ୧ ଲକ୍ଷ ୭୧ ହଜାର ୮୩୦ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ୧୪୬ କୋଟି ୭୦ ଲକ୍ଷ ୧୮ ହଜାର ୪୬୪ ଜଣଙ୍କୁ ଟିକାକରଣ କରାଯାଇଛି ।

ସେହିପରି ଦେଶରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୮୯୨ରେ ପହଞ୍ଚିଛି । ମହାରାଷ୍ଟ୍ରରୁ ସର୍ବାଧିକ ୫୬୮ ଓ ଦିଲ୍ଲୀରୁ ୩୮୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୭୬୬ ଜଣ ଓମିକ୍ରନ ଆକ୍ରାନ୍ତ ସୁସ୍ଥ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.