fbpx

ଭୁବନେଶ୍ୱର ଡିସିପି ଅଫିସ୍ ସିଲ୍ କଲା ବିଏମସି

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱର ବାଣୀବିହାର ସ୍ଥିତ ଡିସିପି ଅଫିସ୍ ଆଜି ବନ୍ଦ କରିଛି ବିଏମସି । ଏକାଧିକ କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ଡିସିପି ଅଫିସ୍ ସିଲ୍ କରିଛନ୍ତି ବିଏମସି ଅଧିକାରୀ । ବିଏମସି ଦକ୍ଷିଣ ପୂର୍ବ ଜୋନାଲ୍ ଡେପୁଟି କମିଶନରଙ୍କ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ୍ ପଜିଟିଭ୍ ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ନଜରରେ ରଖି କୋଭିଡ୍ ଗାଇଡଲାଇନ୍ କୁ କଡ଼ାକଡ଼ି କରାଯାଇଛି । ଅନ୍ୟପଟେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କୋଭିଡ୍ ସ୍ଥିତି ସମୀକ୍ଷା କରିବେ । ନୂତନ ଭାରିଆଣ୍ଟ୍ ଓମିକ୍ରନ ମାମଲା ମଧ୍ୟ ୩୭ରେ ପହଞ୍ଚିଛି ।

Get real time updates directly on you device, subscribe now.