fbpx

ବିଗୁଡ଼ୁଛି ପରିସ୍ଥିତି: ଓଡ଼ିଶାରୁ ପୁଣି ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସହିତ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ରାଜ୍ୟରେ ଆଉ ୨୪ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ୨୪ ଜଣଙ୍କ ମଧ୍ୟରୁ ୫ ଜଣଙ୍କ ବିଦେଶ ଲିଙ୍କ ରହିଛି । ବାକି ୧୯ ଜଣ ସ୍ଥାନୀୟ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । ମୋଟ ୨୧୮ ସାମ୍ପଲର ଜିନମ ସିକ୍ୱେନ୍ସିଂ କରାଯାଇଥିଲା ।

୨୧୮ ସାମ୍ପଲରୁ ୨୪ଟି ଓମିକ୍ରନ ଭାରିଆଣ୍ଟ ଥିବା ସୂଚନା ମିଳିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ଆଇଏଲଏସ ପକ୍ଷରୁ ଅବଗତ କରାଯାଇଛି । ଆଜିର ୨୪କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି । ପୂର୍ବରୁ ମୋଟ ୩୭ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।

ତେବେ ରାଜ୍ୟରୁ ଆଜି ୧୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୭୧୦ ଓ ସ୍ଥାନୀୟ ଅଞ୍ଚଳରୁ ୫୦୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୮୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୭ ହଜାର ୮୭୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୩୭୬ ରହିଥିବା ବେଳେ ୩ ହଜାର ୯୮୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.