fbpx

ରାଜ୍ୟରେ ପୁଣି ମାଡ଼ିଲାଣି କରୋନା: ୨୪ ଘଣ୍ଟା ମଧ୍ୟରେ ବାହାରିଲେ ୧୮୯୭ ପଜିଟିଭ୍

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ଗତ ୨୪ ଘଣ୍ଟା ମଧ୍ୟରେ ୧୮୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୧୦୬ ଓ ସ୍ଥାନୀୟ ଅଞ୍ଚଳରୁ ୭୯୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୨୫୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୯ ହଜାର ୭୭୩ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୫୧୪ ରହିଥିବା ବେଳେ ୫ ହଜାର ୭୩୯ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୬୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.