ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
7. Cuttack: 360
8. Deogarh: 36
9. Dhenkanal: 9
10. Gajapati: 32
11. Ganjam: 70
12. Jagatsinghpur: 63
13. Jajpur: 83
14. Jharsuguda: 154
15. Kalahandi: 15
16. Kandhamal: 13
17. Kendrapada: 10
18. Keonjhar: 43
19. Khurda: 1619
20. Koraput: 65
21. Malkangiri: 3— I & PR Department, Odisha (@IPR_Odisha) January 9, 2022
ଆଜି ୪୭୧୪ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୭୫୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୫୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୧୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୦ ହଜାର ୮୬୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୨୩୧ ରହିଥିବା ବେଳେ ୧୬ ହଜାର ୬୬୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୧୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 260
Cumulative tested: 26104669
Positive: 1070869
Recovered: 1046231
Active cases: 16117— I & PR Department, Odisha (@IPR_Odisha) January 9, 2022