fbpx

ରାଜ୍ୟରେ ଶହେ ଟପିଲା ଓମିକ୍ରନ ସଂଖ୍ୟା; ଆଜି ଆଉ ୨୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସହିତ ଓମିକ୍ରନ ଭାରିଆଣ୍ଟ ମାମଲା ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ରାଜ୍ୟରୁ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଆଇଏଲଏସ । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ଶହେ ଟପିଛି । ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି ।

ଗତ ଶନିବାର ୧୪ଜଣ ଓମିକ୍ରନ୍ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ହୋଇଥିଲା। ପ୍ରଥମ ଆକ୍ରାନ୍ତ ଡିସେମ୍ବର ୨୧ରେ ଚିହ୍ନଟ ହୋଇଥିବାବେଳେ ମୋଟ୍ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୫ରେ ପହଞ୍ଚିଥିଲା। ସୂଚନା ମୁତାବକ, ଡିସେମ୍ବର ୨୧ରେ ୨ଜଣ, ୨୩ରେ ୨, ୨୬ରେ ୪, ୨୯ରେ ଜଣେ, ୩୦ରେ ୫, ଜାନୁଆରି ୨ରେ ୨୩, ଜାନୁଆରି ୫ରେ ୨୪, ଜାନୁଆରି ୮ରେ ୧୪ଜଣ ଓ ଜାନୁଆରି ୧୦ରେ ୨୫ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି।

ତେବେ ରାଜ୍ୟରେ ଆଜି ୪୮୨୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୮୨୩ ଓ ସ୍ଥାନୀୟ ଅଞ୍ଚଳରୁ ୨୦୦୬ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୪୮ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭୫ ହଜାର ୬୯୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୪୬ ହଜାର ୬୧୭ ରହିଥିବା ବେଳେ ୨୦ ହଜାର ୫୬୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.