fbpx

ମାଡ଼ୁଛି କରୋନା; କଟକରେ ୩ଟି କୋର୍ଟ କଣ୍ଟେନମେଣ୍ଟ ଘୋଷଣା

କଟକ(ଓଡ଼ିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଏହାରି ମଧ୍ୟରେ କଟକରେ ୩ଟି କୋର୍ଟ ପରିସରକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଛି । ସିଭିଲ କୋର୍ଟ, ଏସଡିଜେଏମ, ଜିଲ୍ଲା ଦୌରାଜଜ କୋର୍ଟ ପରିସରକୁ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରାଯାଇଛି । ପଜିଟିଭ ଚିହ୍ନଟ ପରେ ମାଇକ୍ରୋ କଣ୍ଟେନମେଣ୍ଟ ଭାବେ ଘୋଷଣା କରିଛି । ସିଏମସି । କେବଳ କଟକ ସିଭିଲ କୋର୍ଟ ପରିସରରୁ ୩୯ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ରାଜ୍ୟରୁ ଆଜି ୧୦,୨୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୫୯୬୨ ଓ ସ୍ଥାନୀୟ ଅଞ୍ଚଳରୁ ୪୩୧୧ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୦୬୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୧୧ ହଜାର ୮୭୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୫୦ ହଜାର ୧୭୯ ରହିଥିବା ବେଳେ ୫୩ ହଜାର ୧୭୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.