fbpx

ହୋଲିରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୦ା୩(ଓଡ଼ିଶା ଭାସ୍କର): ପ୍ରତିବର୍ଷ ପବିତ୍ର ହୋଲି ପାଳନ କରାଯାଇଥାଏ । ଚଳିତବର୍ଷ ମଧ୍ୟ ଆଜି ହୋଲି ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ।
ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟରରେ ଆନନ୍ଦର ପର୍ବ ହୋଲିରେ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହି ପର୍ବ ସମସ୍ତ ଦେଶବାସୀଙ୍କୁ ଜୀବନରେ ସୁଖ, ସମୃଦ୍ଧି ଆଣିଦେଉ ବୋଲି ସେ କହିଛନ୍ତି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ କହିଛନ୍ତି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆର୍ଶୀବାଦରୁ ରଙ୍ଗର ପର୍ବ ହୋଲି ସମସ୍ତଙ୍କ ପାଇଁ ଆନନ୍ଦମୟ ହେଉ । ସମସ୍ତେ ସୁରକ୍ଷିତ ଭାବେ ହୋଲି ଉତ୍ସବ ପାଳନ କରିବାକୁ ସେ କହିଛନ୍ତି ।

 

Get real time updates directly on you device, subscribe now.