ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୧୧,୧୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୬୪୭୯ ଓ ସ୍ଥାନୀୟ ଅଞ୍ଚଳରୁ ୪୬୯୮ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୦୧୬ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୩୩ ହଜାର ୯୧୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୫୫ ହଜାର ୬୧୫ ରହିଥିବା ବେଳେ ୬୯ ହଜାର ୭୬୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
6. Boudh: 71
7. Cuttack: 829
8. Deogarh: 25
9. Dhenkanal: 65
10. Gajapati: 73
11. Ganjam: 108
12. Jagatsinghpur: 164
13. Jajpur: 179
14. Jharsuguda: 193
15. Kalahandi: 173
16. Kandhamal: 47
17. Kendrapada: 71
18. Keonjhar: 69
19. Khurda: 3424
20. Koraput: 152
21. Malkangiri: 49— I & PR Department, Odisha (@IPR_Odisha) January 16, 2022
New recoveries: 3220
Cumulative tested: 26631454
Positive: 1133912
Recovered: 1055615
Active cases: 69763— I & PR Department, Odisha (@IPR_Odisha) January 16, 2022
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୮୧କୁ ବୃଦ୍ଧି ପାଇଛି । ଗଞ୍ଜାମ, ନୟାଗଡ଼ ଓ ସୁନ୍ଦରଗଡ଼ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।