fbpx

କଥକ ସମ୍ରାଟ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ

ନୂଆଦିଲ୍ଲୀ : ବିଶିଷ୍ଟ କଥକ ନୃତ୍ୟଗୁରୁ ପଣ୍ଡିତ ବିରଜୁ ମହାରାଜଙ୍କର ପରଲୋକ ହୋଇଛି । ସେ ୮୩ ବର୍ଷ ବୟସରେ ପ୍ରାଣ ହରାଇଛନ୍ତି । ଦିଲ୍ଲୀ ବାସଭବନରେ ରବିବାର ବିଳମ୍ବିତ ରାତିରେ ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି । ତାଙ୍କ ନାତି ସ୍ଵରାନ୍ସ ମିଶ୍ରା ଟୁଇଟ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି ।

ସୂଚନା ଅନୁସାରେ, ପଣ୍ଡିତ ବିରଜୁ ମହାରାଜ ୧୬ ତାରିଖ ରାତିରେ ନିଜର ନାତି ସହିତ ଖେଳୁଥିବା ବେଳେ ହଠାତ୍ ଅସୁସ୍ଥତା ଅନୁଭବ କରିଥିଲେ । ଏହାପରେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ। ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀର ସାକେତ ହସ୍ପିଟାଲକୁ ନିଆଯାଇଥିଲା । ସେଠାରେ ଡାକ୍ତରମାନେ ତାଙ୍କୁ ମୃତ ଘୋଷଣା କରିଥିଲେ।

Get real time updates directly on you device, subscribe now.