fbpx

ଆଜି ନାମାଙ୍କନ ଭରିବେ ୪ ବିଜେଡି ପ୍ରାର୍ଥୀ

ନୂଆଦିଲ୍ଲୀ,୧୧ ।୩: ରାଜ୍ୟସଭା ନିର୍ବାଚନ ପାଇଁ ଆଜି ନାମାଙ୍କନ ଭରିବେ ବିଜେଡିର ୪ ପ୍ରାର୍ଥୀ । ଖାଲି ପଡିଥିବା ୪ଟି ରାଜ୍ୟସଭା ଆସନ ପାଇଁ ଗତ ଶନିବାର ଦିନ ପ୍ରାର୍ଥୀ ଘୋଷଣା କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ୪ ପ୍ରାର୍ଥୀ ହେଲେ ସୁବାସ ସିଂ, ମୁନା ଖାଁ, ସୁଜିତ୍ କୁମାର ଓ ମମତା ମହନ୍ତ । ପ୍ରାର୍ଥୀଙ୍କ ନାମ ଘୋଷଣା ପରେ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଥିଲେ। ତେବେ ଆସନ୍ତା ୨୬ ତାରିଖରେ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ । ୧୭ ରାଜ୍ୟରେ ଖାଲିପଡ଼ିଥିବା ୫୫ ଆସନରେ ଏହି ନିର୍ବାଚନ ହେବ । ସେଥିମଧ୍ୟରୁ ଓଡ଼ିଶାର ୪ଟି ଆସନ ରହିଛି ।

Get real time updates directly on you device, subscribe now.