fbpx

ରାଜ୍ୟରେ ହ୍ରାସ ପାଉଛି ଶୀତର ପ୍ରକୋପ, ରାତି ଓ ପାହାନ୍ତା ସମୟରେ ଘନ କୁହୁଡି ସମ୍ଭାବନା : ୧୧ ଜିଲ୍ଲାକୁ ଦୁଇ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଦିନର ତାପମାତ୍ରାରେ ବୃଦ୍ଧି ଘଟିବା ସହ ଶୀତର ପ୍ରକୋପ ହ୍ରାସ ପାଇବ । ଏହି ସମୟ ମଧ୍ୟରେ ରାତି ଓ ପାହାନ୍ତା ସମୟରେ ଘନ କୁହୁଡି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ବୌଦ୍ଧ, ନୟାଗଡ଼, କଟକ, ଅନୁଗୁଳ, ଢ଼େଙ୍କାନାଳ ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ବା ହଳଦିଆ ଚେତାବନୀ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ୧୯ରୁ ୨୦ ତାରିଖ ସକାଳ ମଧ୍ୟରେ ମାଲକାନାଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.