ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି ପାଇଛି । ଅନୁଗୁଳରୁ ୨ ଜଣ, ଭଦ୍ରକ, କଟକ, ଯାଜପୁର, ମୟୁରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Details of cases confirmed as death due to Covid-19, after due completion of death audit process:
1.A 47 years old Male of Angul District.
2.A 61 years old Female of Angul District who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) January 22, 2022
6.A 65 years old Female of Mayurbhanja District who was also suffering from Diabetes Mellitus & Hypertension.
7.A 53 years old Female of Puri District who was also suffering from Cerebro Vascular accident.
— H & FW Dept Odisha (@HFWOdisha) January 22, 2022