ସୋନପୁର (ଓଡ଼ିଶା ଭାସ୍କର): ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପାଞ୍ଚ ଜଣ ବ୍ଯକ୍ତି ପ୍ରାଣ ହରାଇଥିବା ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କା ର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ଓ ସୋମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ତେବେ ଆଜି ଭୋରରୁ ସୋନପୁର ମହାନଦୀ ବ୍ରିଜ୍ ଉପରେ ବୋଲେରୋ ଟ୍ରକ୍ ମୁହାଁମୁହିଁ ଧକ୍କାରେ ୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମେ ସୋନପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବୁର୍ଲା ବଡ଼ ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ଦୁର୍ଘଟଣାର ଶିକାର ହୋଇଥିବା ଲୋକେ ଉଲୁଣ୍ଡା ବ୍ଲକ ନିମ୍ନା ଗାଁରୁ ବିନିକା ବ୍ଲକ କୌଡ଼ିଆମୁଣ୍ଡା ଗାଁକୁ ବାହାଘର ଭୋଜି ଖାଇବାକୁ ଯାଇଥିଲେ । ବାହାଘର ଭୋଜି ଖାଇ ଫେରିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି ।