ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୮,୫୨୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୧ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୯୩୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪ ହଜାର ୬୬୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୧୦ ହଜାର ୭୬୭ ରହିଥିବା ବେଳେ ୮୫ ହଜାର ୩୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 789
8. Deogarh: 75
9. Dhenkanal: 90
10. Gajapati: 98
11. Ganjam: 88
12. Jagatsinghpur: 165
13. Jajpur: 253
14. Jharsuguda: 118
15. Kalahandi: 226
16. Kandhamal: 100
17. Kendrapada: 134
18. Keonjhar: 126
19. Khurda: 2262
20. Koraput: 157
21. Malkangiri: 58— I & PR Department, Odisha (@IPR_Odisha) January 23, 2022
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୨୦କୁ ବୃଦ୍ଧି ପାଇଛି । ଅନୁଗୁଳ, ବାଲେଶ୍ୱର, ଭଦ୍ରକ, କଟକ, କନ୍ଧମାଳ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 11344
Cumulative tested: 27131889
Positive: 1204660
Recovered: 1110767
Active cases: 85320— I & PR Department, Odisha (@IPR_Odisha) January 23, 2022