ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତ କିଛି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦ ମଧ୍ୟରେ ରହୁଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି ପାଇଛି । ସୁନ୍ଦରଗଡ଼ରୁ ୩ ଜଣ, ବାଲେଶ୍ୱର, ଭୁବନେଶ୍ୱର, କେଉଁଝର, କୋରାପୁଟ, ରାୟଗଡ଼ାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
2.A 82 years old Male of Bhubaneswar who was also suffering from Carcinoma in Lung with Metastasis.
3.A 64 years old Female of Keonjhar District who was also suffering from Diabetes Mellitus & Hypertension.
— H & FW Dept Odisha (@HFWOdisha) January 27, 2022
7.A 38 years old Female of Sundargarh District who was also suffering from Diabetes Mellitus, Hypothyroidism, Rheumatic Heart Disease.
8.A 55 years old Female of Sundargarh District who was also suffering from Hypertension.
— H & FW Dept Odisha (@HFWOdisha) January 27, 2022