ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୫୦୫୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୯୩୨ ଓ ସ୍ଥାନୀୟ ଅଞ୍ଚଳରୁ ୨୧୨୫ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୬୬୭ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୩୬ ହଜାର ୨୨୬ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୧ ଲକ୍ଷ ୬୩ ହଜାର ୩୯୬ ରହିଥିବା ବେଳେ ୬୪ ହଜାର ୨୧୭ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ଦୁଇଜଣ, ପୁରୀ, ମୟୂରଭଞ୍ଜ, ରାୟଗଡ଼ା, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କଟକ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 495
8. Deogarh: 51
9. Dhenkanal: 69
10. Gajapati: 68
11. Ganjam: 60
12. Jagatsinghpur: 125
13. Jajpur: 128
14. Jharsuguda: 50
15. Kalahandi: 140
16. Kandhamal: 84
17. Kendrapada: 34
18. Keonjhar: 49
19. Khurda: 1111
20. Koraput: 76
21. Malkangiri: 58— I & PR Department, Odisha (@IPR_Odisha) January 28, 2022
New recoveries: 11157
Cumulative tested: 27443759
Positive: 1236226
Recovered: 1163396
Active cases: 64217— I & PR Department, Odisha (@IPR_Odisha) January 28, 2022