fbpx

ରାଜ୍ୟରେ ଆରମ୍ଭ ହେଲା କରୋନା ତାଣ୍ଡବ, ଆଜି ୧୫ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ଗତ କିଛି ଦିନ ଧରି ରାଜ୍ୟରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧୦ ମଧ୍ୟରେ ରହୁଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।

ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଓ ଗଞ୍ଜାମରୁ ୩ ଜଣ ଲେଖାଏଁ, ଅନୁଗୁଳ, ବରଗଡ଼, କଟକ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.