କାଲିଠାରୁ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର, ଜାଣନ୍ତୁ କ’ଣ ରହିଛି ନିୟମ

ପୁରୀ(ଓଡ଼ିଶା ଭାସ୍କର): କରୋନା ସଂକ୍ରମଣ ମାମଲା ଧିରେ ଧିରେ କମିବାରେ ଲାଗିଛି । ଏହାରି ମଧ୍ୟରେ ଫେବ୍ରୁଆରୀ ପାଇଁ ରାଜ୍ୟ ସରକାର ଗାଇଡଲାଇନ୍ ଜାରି କରିଥିବା ବେଳେ ପୁରୀ ଶ୍ରୀମନ୍ଦିରକୁ ନେଇ ଆସିଛି ବଡ଼ ଖବର । ଆସନ୍ତାକାଲିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଶ୍ରୀମନ୍ଦିର ଖୋଲିବା ନେଇ ଏସଓପି ଜାରି କରିଛି ମନ୍ଦିର ପ୍ରଶାସନ ।

ଏସଓପି ଅନୁସାରେ, ଦୈନିକ ସକାଳ ୬ଟାରୁ ରାତି ୯ଟା ପର୍ଯ୍ୟନ୍ତ ଖୋଲା ରହିବ ଶ୍ରୀମନ୍ଦିର । ସାନିଟାଇଜେସନ ପାଇଁ ପ୍ରତି ରବିବାର ଶ୍ରୀମନ୍ଦିର ବନ୍ଦ ରହିବ । ଶ୍ରଦ୍ଧାଳୁମାନେ ସାଥିରେ ଆଧାର/ଭୋଟର କାର୍ଡ ଆଣି ଆସିବେ । ଆଧାର/ଭୋଟର କାର୍ଡ ସହିତ ଡବଲ ଡୋଜ୍ ଟିକା ସାର୍ଟିଫିକେଟ ବି ଜରୁରୀ । ନଚେତ୍ ୯୬ ଘଣ୍ଟାର ମଧ୍ୟରେ ହୋଇଥିବା ଟେଷ୍ଟ ନେଗେଟିଭ ରିପୋର୍ଟ ଦେଖାଇବା ଜରୁରୀ । ସବୁ ଶ୍ରଦ୍ଧାଳୁ ମାସ୍କ, ସାନିଟାଇଜର, ସାମାଜିକ ଦୂରତ୍ୱ ମାନିବା ବାଧ୍ୟତାମୂଳକ ।