ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୩୬୨୯ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୧୧୫ ଓ ସ୍ଥାନୀୟ ଅଞ୍ଚଳରୁ ୧୫୧୪ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୫୧୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୪୦୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୧୫ ହଜାର ୩୮୦ ରହିଥିବା ବେଳେ ୩୫ ହଜାର ୩୦୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 329
8. Deogarh: 68
9. Dhenkanal: 55
10. Gajapati: 56
11. Ganjam: 46
12. Jagatsinghpur: 89
13. Jajpur: 137
14. Jharsuguda: 51
15. Kalahandi: 85
16. Kandhamal: 47
17. Kendrapada: 149
18. Keonjhar: 44
19. Khurda: 716
20. Koraput: 31
21. Malkangiri: 23
22. Mayurbhanj: 142— I & PR Department, Odisha (@IPR_Odisha) February 3, 2022
23. Nawarangpur: 90
24. Nayagarh: 118
25. Nuapada: 70
26. Puri: 53
27. Rayagada: 101
28. Sambalpur: 101
29. Sonepur: 35
30. Sundargarh: 346
31. State Pool: 160New recoveries: 6067
Cumulative tested: 27812224
Positive: 1259405
Recovered: 1215380
Active cases: 35306— I & PR Department, Odisha (@IPR_Odisha) February 3, 2022