ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୨୬୯୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୬୮ ଓ ସ୍ଥାନୀୟ ଅଞ୍ଚଳରୁ ୧୧୨୯ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୪୩୫ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୨ ହଜାର ୧୦୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୨୨ ହଜାର ୮୬୭ ରହିଥିବା ବେଳେ ୩୦ ହଜାର ୪୯୩ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
7. Cuttack: 138
8. Deogarh: 39
9. Dhenkanal: 40
10. Gajapati: 59
11. Ganjam: 16
12. Jagatsinghpur: 67
13. Jajpur: 127
14. Jharsuguda: 36
15. Kalahandi: 95
16. Kandhamal: 34
17. Kendrapada: 40
18. Keonjhar: 44
19. Khurda: 513
20. Koraput: 41
21. Malkangiri: 18
22. Mayurbhanj: 128— I & PR Department, Odisha (@IPR_Odisha) February 4, 2022
23. Nawarangpur: 75
24. Nayagarh: 96
25. Nuapada: 55
26. Puri: 63
27. Rayagada: 85
28. Sambalpur: 85
29. Sonepur: 29
30. Sundargarh: 291
31. State Pool: 108New recoveries: 7487
Cumulative tested: 27872986
Positive: 1262102
Recovered: 1222867
Active cases: 30493— I & PR Department, Odisha (@IPR_Odisha) February 4, 2022