ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ ଏହା ରାଜ୍ୟବ୍ୟାପୀ ମାଡ଼ିଗଲାଣି ।
ଆଜି ୨୬୦୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨୧ ଓ ସ୍ଥାନୀୟ ଅଞ୍ଚଳରୁ ୧୦୮୨ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୪୯ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୬୪ ହଜାର ୭୦୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୨୮ ହଜାର ୯୭୬ ରହିଥିବା ବେଳେ ୨୬ ହଜାର ୯୬୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୪୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 4th Feb
New Positive Cases: 2603
Of which 0-18 years: 349
In quarantine: 1521
Local contacts: 1082(Details of local contacts will be shared by concerned District)
1. Angul: 102
2. Balasore: 48
3. Bargarh: 51
4. Bhadrak: 37
5. Balangir: 60
6. Boudh: 37— I & PR Department, Odisha (@IPR_Odisha) February 5, 2022
23. Nawarangpur: 62
24. Nayagarh: 67
25. Nuapada: 87
26. Puri: 41
27. Rayagada: 61
28. Sambalpur: 88
29. Sonepur: 16
30. Sundargarh: 204
31. State Pool: 100New recoveries: 6109
Cumulative tested: 27936031
Positive: 1264705
Recovered: 1228976
Active cases: 26965— I & PR Department, Odisha (@IPR_Odisha) February 5, 2022